ଓଡ଼ିଶାରେ ୪୨୮ଟି ନୂତନ ଆମ୍ବୁଲାନ୍ସ | ପ୍ରଥମ ପର୍ଯ୍ୟାୟରେ ୧୫୦ ଗାଡ଼ିର ଲୋକାର୍ପଣ
ଆଜି ଓଡ଼ିଶାର ଜନସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟର ଶୁଭାରମ୍ଭ ହୋଇଛି। ରାଜ୍ୟବାସୀଙ୍କୁ ତ୍ୱରିତ ଓ ଗୁଣାତ୍ମକ ଜରୁରୀକାଳୀନ ଚିକିତ୍ସା ସେବା ଯୋଗାଇବା ଉଦ୍ଦେଶ୍ୟରେ ମୋଟ ୪୨୮ଟି ନୂତନ ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି।
ଏହାର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୧୫୦ଟି ଆମ୍ବୁଲାନ୍ସର ଲୋକାର୍ପଣ କରାଯାଇଛି।
ଏହି ଆମ୍ବୁଲାନ୍ସଗୁଡ଼ିକ ରାଜ୍ୟର ସହର ଓ ଦୂରଦରାଜ ଅଞ୍ଚଳରେ ଆପଦକାଳୀନ ସମୟରେ ଜନସାଧାରଣଙ୍କୁ ତ୍ୱରିତ ଚିକିତ୍ସା ସହାୟତା ପହଞ୍ଚାଇବ। ଏହା ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବା ସହ ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ମଜବୁତ କରିବ।
ଲୋକଙ୍କ ସରକାର ଓଡ଼ିଶାବାସୀଙ୍କୁ ଶ୍ରେଷ୍ଠ ଓ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ସଦା ସଂକଳ୍ପବଦ୍ଧ ରହିଛନ୍ତି।

Share this article
View More
ବିଷମ କଟକ ବ୍ଲକ୍ କଲୋନୀରେ ମଧ୍ୟରାତ୍ରୀ ଚୋରି: କନିଷ୍ଟ ଯନ୍ତ୍ରୀଙ୍କ ଘରୁ ସୁନା-ରୂପା ଏବଂ କିଛି ଟଙ୍କା ଲୁଟ, ଅଞ୍ଚଳରେ ଭୟ
Apr 15, 2026
ରାୟଗଡ଼ା ବିଷମ କଟକରେ ଭବ୍ୟ ଭାବେ ପାଳିତ ହେଲା ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ
Apr 15, 2026
ରାୟଗଡ଼ାର ବିଷମ କଟକରେ ମହାବିଷୁବ ଅବସରରେ ବିଷୁବ ମିଳନ
Apr 15, 2026
ପଣା ସଂକ୍ରାନ୍ତିରେ ବିଷମ କଟକ ଭକ୍ତିମୟ, ହନୁମାନ ଜୟନ୍ତୀରେ ଭବ୍ୟ ଶୋଭାଯାତ୍ରା
Apr 15, 2026
BSP ଛାଡି BJP ରେ ଯୋଗଦାନ କଲେ କିଶୋର ମହାନନ୍ଦିଆ – ରାୟଗଡାରେ ରାଜନୈତିକ ଚର୍ଚ୍ଚା
Apr 14, 2026
Stay Updated
Subscribe to our newsletter for latest updates.