ରାୟଗଡା ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଯୋଜନା କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱ
ମାନ୍ୟବର ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଦିନିକିଆ ରାୟଗଡ଼ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକଳାପର ସମୀକ୍ଷା କରିଥିଲେ।
ଗସ୍ତର ଆରମ୍ଭରେ ସେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଯାଉଥିବା ରେଳ ଯାତ୍ରୀମାନଙ୍କୁ ପତାକା ଦେଖାଇ ଶୁଭେଚ୍ଛା ଜଣାଇଥିଲେ। ପରେ ମା ମାଝୀ ଘାରିଆଣି ମନ୍ଦିର ଦର୍ଶନ କରି ମନ୍ଦିର ପରିଚାଳନା କମିଟି ସହିତ ଆଲୋଚନା କରିଥିଲେ।
ଏହାପରେ ସ୍ଥାନୀୟ ପ୍ରଦକ୍ଷିଣ ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ, ଗ୍ରାମ୍ୟ ନିର୍ମାଣ, ଶିକ୍ଷା, ଶିଶୁ ସୁରକ୍ଷା ଓ ସମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ବିଭାଗର କାର୍ଯ୍ୟପ୍ରଗତି ଉପରେ ଆଲୋଚନା ହୋଇଥିଲା।
ବିଶେଷକରି ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ସୁଚାରୁ ପରିଚାଳନା, ଶିଶୁ ସ୍ୱାସ୍ଥ୍ୟ ଓ ପୁଷ୍ଟିକର ଖାଦ୍ୟ ପ୍ରସ୍ତୁତି ଓ ବଣ୍ଟନ ବିଷୟରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। କାଶୀପୁର ଅଞ୍ଚଳରେ ଖଣିଜ ପାଣ୍ଠି ମାଧ୍ୟମରେ ପୁଷ୍ଟିକର ଖାଦ୍ୟ ଯୋଗାଣ ପ୍ରୟାସକୁ ଆହୁରି ଜୋରଦାର କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ମିଶନ ବାତ୍ସଲ୍ୟ, ଲକ୍ଷପତି ଦିଦି ଓ ସୁଭଦ୍ରା ଯୋଜନା ସମ୍ପର୍କରେ ଆଲୋଚନା କରି ଯୋଜନାଗୁଡ଼ିକୁ ଗ୍ରାମସ୍ତର ପର୍ଯ୍ୟନ୍ତ ପହଞ୍ଚାଇବାକୁ କହିଥିଲେ।
ପର୍ଯ୍ୟଟନ ବିଭାଗ ଉପରେ ଆଲୋଚନା କରି ଜିଲ୍ଲାର ପର୍ଯ୍ୟଟନ ସମ୍ଭାବନାକୁ ବିକାଶ କରିବା ପାଇଁ ପଦକ୍ଷେପ ନେବାକୁ ସେ ଗୁରୁତ୍ୱ ଦେଇଥିଲେ। ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନରେ ଗ୍ରାମ୍ୟ ସଡ଼କ ଓ ଯୋଗାଯୋଗ ବ୍ୟବସ୍ଥାର ପ୍ରଗତି ଉପରେ ସମୀକ୍ଷା କରାଯାଇଥିଲା।
ଏହାସହିତ ଜିଲ୍ଲାପାଳଙ୍କ ସହ ପାନୀୟ ଜଳ ଯୋଗାଣ, ଧାନ ସଂଗ୍ରହ ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ବିଷୟରେ ଆଲୋଚନା କରି ସମସ୍ତ କାର୍ଯ୍ୟକୁ ସମୟବଦ୍ଧ ଭାବେ କାର୍ଯ୍ୟାନ୍ୱୟନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
Share this article
View More
ବିଷମ କଟକ ବ୍ଲକ୍ କଲୋନୀରେ ମଧ୍ୟରାତ୍ରୀ ଚୋରି: କନିଷ୍ଟ ଯନ୍ତ୍ରୀଙ୍କ ଘରୁ ସୁନା-ରୂପା ଏବଂ କିଛି ଟଙ୍କା ଲୁଟ, ଅଞ୍ଚଳରେ ଭୟ
Apr 15, 2026
ରାୟଗଡ଼ା ବିଷମ କଟକରେ ଭବ୍ୟ ଭାବେ ପାଳିତ ହେଲା ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ
Apr 15, 2026
ରାୟଗଡ଼ାର ବିଷମ କଟକରେ ମହାବିଷୁବ ଅବସରରେ ବିଷୁବ ମିଳନ
Apr 15, 2026
ପଣା ସଂକ୍ରାନ୍ତିରେ ବିଷମ କଟକ ଭକ୍ତିମୟ, ହନୁମାନ ଜୟନ୍ତୀରେ ଭବ୍ୟ ଶୋଭାଯାତ୍ରା
Apr 15, 2026
BSP ଛାଡି BJP ରେ ଯୋଗଦାନ କଲେ କିଶୋର ମହାନନ୍ଦିଆ – ରାୟଗଡାରେ ରାଜନୈତିକ ଚର୍ଚ୍ଚା
Apr 14, 2026
Stay Updated
Subscribe to our newsletter for latest updates.